ଦୁର୍ଘଟଣାରେ ଚୁରମାର ହୋଇଗଲା ବସ ଛାତ, ୨ ମୃତ ଓ ୧୨ ଗୁରୁତର

0 534


ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆଜି ଭୋରରୁ କଳାହାଣ୍ଡି ଜିଲ୍ଲା କେସିଙ୍ଗା ଜୋଲକୋ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ବସଟିର ଛାତ ସମ୍ପୂର୍ଣ୍ଣ ରୂପେ ଚୁରମାର ହୋଇଯାଇଛି । ଘଟଣା ସ୍ଥଳରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩୫ରୁ ଉର୍ଦ୍ଧ ଯାତ୍ରୀ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୨ ଜଣଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡିଛି ।

ସୂଚନା ଅନୁଯାୟୀ, ଶ୍ରୀଜଗନ୍ନାଥ ନାମକ ଏକ ଘରୋଇ ବସ ଭୁବନେଶ୍ୱରରୁ କୋରାପୁଟ ଜିଲ୍ଲାର ଜୟପୁରକୁ ଯାଉଥିଲା । ଭୋର ସମୟରେ ଜୋଲକୋ ପାଖରେ ଏକ ବୁଲାଣିରେ ବସଟି ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଖସି ପଡ଼ିଥିଲା । ଫଳରେ ବସର ଛାତ ସଂପୂର୍ଣ୍ଣ ଚୁରମାର ହୋଇଯାଇଥିଲା । ଘଟଣା ସ୍ଥଳରେ ସ୍ଥାନୀୟ ପୋଲିସ, ଅଗ୍ନିଶମ କର୍ମଚାରୀ ଓ ଗ୍ରାମବାସୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଚଳାଇଥିଲେ । ଏହି ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩୫ରୁ ଉର୍ଦ୍ଧ ଯାତ୍ରୀ ଆହତ ହୋଇଥିଲେ । ଆହତଙ୍କୁ ଭବାନୀପାଟଣା ଓ କେସିଙ୍ଗା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ସେଠାରେ ୧୨ଙ୍କ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ ବୁର୍ଲା ବଡ଼ ଡାକ୍ତରଖାନାକୁ ପଠାଯାଇଛି ।

Leave A Reply

Your email address will not be published.